ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ - ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ
🎬 Watch Now: Feature Video


Published : Nov 1, 2023, 7:10 AM IST
ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବଃ ତୁମେ । କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବାତା ଶ୍ରୀଜଗନ୍ନାଥ । ଅନାଥର ନାଥ । ଭକ୍ତଜନଙ୍କ ବାନ୍ଧବ । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ପ୍ରଭୁ ପତିତପାବନ । ଜଗତର କଲ୍ୟାଣ କାମନା କରି ପ୍ରତିଦିନ ସେହି ବିଶ୍ବ ନିୟନ୍ତାଙ୍କ ପାଖରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଥିଲା । ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । ବିଶ୍ବାସ ରହିଛି, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୁଏ ଓ ଭଗବାନଙ୍କ ଅପାର କରୁଣା ପ୍ରାପ୍ତ ହୋଇଥାଏ । କାଳିଆ ସାଆନ୍ତେଙ୍କ ଦର୍ଶନ ପାଇଁ ଆତୁର ହୋଇଥାଏ ଭକ୍ତ । ସାତ ସମୁଦ୍ର ଡେଇଁ ଭକ୍ତମାନେ ଚକା ଆଖିଆର ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଧାଇଁ ଆସିଥାଆନ୍ତି ।
ଇଟିଭି ଭାରତ, ପୁରୀ