ଦୋକାନରେ ଭୟବହ ଅଗ୍ନିକାଣ୍ଡ, ଲକ୍ଷାଧିକ ସାମଗ୍ରୀ ଜଳିପୋଡ଼ି ପାଉଁଶ - ଭୟାବହ ଅଗ୍ନିକାଣ୍ଡ
🎬 Watch Now: Feature Video
ଭବାନୀପାଟଣା: ହୁତୁହୁତୁ ହୋଇ ଜଳିଗଲା ଦୋକାନ। ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ତେଜରାତି ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଦୋକାନ ମାଲିକଙ୍କ ସୂଚନା ଅନୁଯାୟୀ, ସେ ରାତି ପ୍ରାୟ ୯ ଟା ସମୟରେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ହେଲେ ବିଳମ୍ବିତ ରାତିରେ କୌଣସି କାରଣରୁ ନିଆଁ ଲାଗିଥିବା ଖବର ପାଇଥିଲେ । ଏହାପରେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ସମସ୍ତ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ଦୋକାନରେ ପ୍ରାୟ ୧୦ ଲକ୍ଷ ଟଙ୍କାର ସାମଗ୍ରୀ ଥିବା ସେ ସୂଚନା ଦେଇଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ପାରି ନଥିବା ବେଳେ ସଟ୍ସସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅଗ୍ନିଶମ ବିଭାଗ ଅନୁମାନ କରୁଛି ।
ଇଟିଭି ଭାରତ, କଳାହାଣ୍ଡି
Last Updated : Feb 3, 2023, 8:38 PM IST