ଧବଳେଶ୍ବର ପୀଠରେ ପଞ୍ଚୁକ ବ୍ରତ, ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି ମହାଦେବ - ପଞ୍ଚୁକ ବ୍ରତ

🎬 Watch Now: Feature Video

thumbnail

By ETV Bharat Odisha Team

Published : Nov 23, 2023, 12:55 PM IST

କଟକ: ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ବାବା ଧବଳେଶ୍ଵରଙ୍କ ପୀଠ। ପଞ୍ଚୁକର ପ୍ରଥମ ଦିନରେ ପ୍ରଭୁ ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି । ଆଗକୁ ରହିଛି ବଡ଼ ଓଷା । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ । ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦଯାପନ କରିଥାଆନ୍ତି । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାଦେବଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇଥିଲା । ଶେଷରେ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ମନ୍ଦିର ମଧ୍ୟକୁ ଛଡ଼ା ଯାଇଥିଲା । କାର୍ତ୍ତିକ ପୂର୍ଣ୍ଣିମା ଦିନ ଯୋଗୀ ବେଶରେ ଦର୍ଶନ ଦେବେ ମହାଦେବ । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ନୂତନ ପୋଲ ଦେଇ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ମହାପ୍ରଭୁଙ୍କୁ ଦର୍ଶନ ନିମନ୍ତେ ଆସୁଛନ୍ତି । ଅନ୍ୟପଟେ ପୋଲିସ ପ୍ରଶାସନ ପକ୍ଷରୁ ମନ୍ଦିର ଓ ମନ୍ଦିର ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି ।  

ଏହା ମଧ୍ୟ ପଢନ୍ତୁ-ଆଜିଠୁ ପବିତ୍ର ପଞ୍ଚୁକ ବ୍ରତ, ଚଳଚଞ୍ଚଳ ଏକାମ୍ରକ୍ଷେତ୍ର

ଇଟିଭି ଭାରତ, କଟକ

ABOUT THE AUTHOR

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.