thumbnail

By

Published : Aug 15, 2023, 1:21 PM IST

ETV Bharat / Videos

ରାଇରଙ୍ଗପୁର ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ରାଇରଙ୍ଗପୁର: ଚଳିତ ବର୍ଷ ଭାରତ 77ତମ ସ୍ବାଧୀନତା ଦିବସ ପାଳନ କରୁଛି । ଦିଲ୍ଲୀରୁ ପଲ୍ଲୀ ସବୁଠି ଫର ଫର ହୋଇ ଉଡୁଛି ଜାତୀୟ ପତାକା ତ୍ରିରଙ୍ଗା । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି । ରାଇରଙ୍ଗପୁର କଚେରୀ ପଡିଆଠାରେ ଆୟୋଜିତ ସ୍ବାଧୀନତା ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ରାଇରଙ୍ଗପୁର ଉପଜିଲ୍ଲାପାଳ ସରୋଜ କୁମାର ଦାସ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ସର୍ବମୋଟ ୨୪ଟି ପରେଡ଼ ଗ୍ରୁପ ଭାଗ ନେଇଥିଲେ। ସ୍ବାଧୀନତା ଦିବସ ଉପଲକ୍ଷେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଏଥି ସହିତ ପରେଡରେ ଅଂଶଗ୍ରହଣ କରିଥିବା ୨୪ଟି ଟ୍ରୁପ ମଧ୍ୟରୁ ଏନସିସି ବିଭାଗରୁ ରାଇରଙ୍ଗପୁର ବାଳିକା ଉଚ୍ଚ ବିଦ୍ୟାଳୟ, ସ୍କାଉଟ ଓ ରେଡକ୍ରସ ବିଭାଗରୁ ରାଇରଙ୍ଗପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଏବଂ ସିଭିଲରୁ ରାଇରଙ୍ଗପୁର ବାଳକ ଉଚ୍ଚ ବିଦ୍ୟାଳୟ ଭଲ ପରେଡ୍ ପ୍ରଦର୍ଶନ କରିଥିବାରୁ ସେମାନଙ୍କୁ ପୁରସ୍କୃତ କରାଯାଇଥିଲା । ୭୭ତମ ସ୍ବାଧୀନତା ଦିବସର ପବିତ୍ର ଦିନରେ ସମସ୍ତ ସାମିଲ ହୋଇ ନିଜକୁ ଗର୍ବିତ ମନେ କରିଛନ୍ତି । ରାଇରଙ୍ଗପୁର ଏସଡିପିଓ ଗୋକୁଳାନନ୍ଦ ନନ୍ଦ ସାହୁ, ରାଇରଙ୍ଗପୁର ପୌରପାଳିକା ଅଧ୍ୟକ୍ଷ ଅଭିଷେକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଉତ୍ସାହର ସହ ରାଇରଙ୍ଗପୁରବାସୀ ମଧ୍ୟ ଉପସ୍ଥିତ ରହି ୭୭ତମ ସ୍ବାଧୀନତା ଦିବସ ପାଳନ କରିଛନ୍ତି ।

ଇଟିଭି ଭାରତ, ମୟୂରଭଞ୍ଜ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.