ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ
🎬 Watch Now: Feature Video
କେନ୍ଦୁଝର: ସିନ୍ଦୁର ମୁହିଁ ସେ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ ।ମାଆଙ୍କୁ ଟିକେ ଦର୍ଶନ ପାଇଁ କାହିଁ କେତେ ବାଟରୁ ଭକ୍ତଟି ଧାଇଁ ଆସିଥାଏ ଘଟଗାଁ ପୀଠକୁ । ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ । ମାଆଙ୍କ ଅଶେଷ କୃପା ମିଳିଥାଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆଙ୍କର ଦିବ୍ୟ ଆଳତୀ କରାଯାଏ । ଆଜି ସକାଳୁ ସକାଳୁ ମାଆଙ୍କ ଆଳତୀ କରାଯାଇଛି । ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । ନାଲି ମନ୍ଦାର ମାଳରେ ଝଟକୁଛନ୍ତି ଘଟଗାଁ ରାଣୀ । ଘଣ୍ଟ ଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ । ମାଆଙ୍କ ଆଳତୀକୁ ଚର୍ମ ଚକ୍ଷୁରେ ଦର୍ଶନ କରି କୃତ୍ୟ କୃତ୍ୟ ହୋଇଛନ୍ତି ଶ୍ରଦ୍ଧାଳୁ ।
ଇଟିଭି ଭାରତ, କେନ୍ଦୁଝର