thumbnail

Mangal Alati, ମହାପଞ୍ଚୁକରେ ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ

By

Published : Nov 3, 2022, 7:23 AM IST

Updated : Feb 3, 2023, 8:31 PM IST

ପୁରୀ: ଉଠ ଉଠ ହେ ମଣିମା ହୁଅ ସଦୟ । ଓଁ ନମୋ ଭଗବତେ ବାସୁଦେବାୟ । ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଜଗତର ନାଥ ଜଗନ୍ନାଥଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ଓ ପୂଣ୍ୟପ୍ରାପ୍ତି ହୋଇଥାଏ । ଧର୍ମର ମାସ କାର୍ତ୍ତିକ ମାସର ଆଜି ପଞ୍ଚୁକ । ତେଣୁ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ମଧ୍ୟ ଜାରି ରହିଛି । ଆଜି ଦିନରେ ନୀଳାଚଳିଆ କାଳିଆ ସାଆନ୍ତେଙ୍କ ଆଳତୀ ଦର୍ଶନ କଲେ ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି ।
Last Updated : Feb 3, 2023, 8:31 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.