Mangala Alati: ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ - ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ

🎬 Watch Now: Feature Video

thumbnail

By

Published : Jan 7, 2023, 6:52 AM IST

Updated : Feb 3, 2023, 8:38 PM IST

ପୁରୀ: ଉଠ ଉଠ ହେ ମଣିମା ହୁଅ ସଦୟ । ଓଁ ନମୋ ଭଗବତେ ବାସୁଦେବାୟ । ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ମଙ୍ଗଳ ଆଳତୀ କରାଯାଏ । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ଓ ପୂଣ୍ୟପ୍ରାପ୍ତି ହୋଇଥାଏ । ସକାଳୁ ସକାଳୁ ନୀଳାଚଳିଆ କାଳିଆ ସାଆନ୍ତେଙ୍କ ଆଳତୀ ଦର୍ଶନ କଲେ ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି ।
Last Updated : Feb 3, 2023, 8:38 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.