Mangal Alati: ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ - ଜଗତର ନାଥ ଜଗନ୍ନାଥ
🎬 Watch Now: Feature Video
ପୁରୀ: କୋଟି ଓଡିଆଙ୍କ ଆରଧ୍ୟ ଦେବତା ଜଗତର ନାଥ ଜଗନ୍ନାଥ । ଭାବର ଠାକୁର ହେଉଛନ୍ତି ଭାବ ବିନୋଦିଆ କାଳିଆ ସାଆନ୍ତେ । ତାର ନୀଳା କାହାକୁ ବା ଅଛପା । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଶ୍ରୀ ମନ୍ଦିରରେ ପ୍ରତ୍ୟେକ ଦିନ ମଙ୍ଗଳ ଆଳତୀ କରାଯାଏ । ସବୁଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । ବିଶ୍ବାସ ରହିଛି ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ଓ ଅପାର କରୁଣା ପ୍ରାପ୍ତି ହୋଇଥାଏ । ପ୍ରତିଟି ଭକ୍ତ ଆଳତୀ ନେବା ପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ଭିଡ ଜମାଇଥାନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନେକ ନାମ । କିଏ କାଳିଆ ସାଆନ୍ତେ ତ ଆଉ କିଏ ନଟଖଟିଆ, ମହାବାହୁ ପୁଣି କିଏ ବଡ ଠାକୁର ନାମରେ ତାକୁ ଡାକନ୍ତି ।
ଇଟିଭି ଭାରତ, ପୁରୀ