Mangal Alati: ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଅପୂର୍ବ ଦୃଶ୍ୟ - ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ
🎬 Watch Now: Feature Video
Published : Oct 27, 2023, 7:04 AM IST
ପୁରୀ: ଓଁ ନମୋ ଭଗବତେ ବାସୁଦେବାୟ । କୋଟି ଓଡିଆଙ୍କ ମଉଡ ମଣି ମହାପ୍ରଭୁ ଜଗନ୍ନାଥ । ଭାବ ବିନୋଦିଆ କଳିଆ ଠାକୁର । ନିରାଶର ଆଶା ସେ ଅନାଥର ନାଥ । ତାଙ୍କର ଦର୍ଶନ ପାଇଁ ସଭିଏଁ ବ୍ୟାକୁଳ । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ମଙ୍ଗଳ ଆଳତୀ କରାଯାଏ । ସବୁଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ଓ ପୂଣ୍ୟପ୍ରାପ୍ତି ହୋଇଥାଏ । କଥାରେ ଅଛି ପତିତପାବନଙ୍କ ଆଳତୀ ଭାଗ୍ୟରେ ଥିଲେ ମିଳେ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନେକ ନାମ । କିଏ କାଳିଆ ସାଆନ୍ତେ ତ ଆଉ କିଏ ନଟଖଟିଆ, ମହାବାହୁ ପୁଣି କିଏ ବଡ଼ ଠାକୁର ନାମରେ ତାଙ୍କୁ ଡାକନ୍ତି । ତାର ଚକା ଆଖିକୁ ଦେଖିଲେ ଭାବ ବିହ୍ବଳ ହୋଇ ପଡନ୍ତି ଭକ୍ତ ।
ଇଟିଭି ଭାରତ, ପୁରୀ