Mangala Alati: ଦର୍ଶନ କରନ୍ତୁ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ - ପତିତପାବନଙ୍କ ମଙ୍ଗଳ ଆଳତୀ
🎬 Watch Now: Feature Video
ପୁରୀ: ଓଡିଆଙ୍କ ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥ । ନିରାଶର ଆଶା ସେ ଅନାଥର ନାଥ । ସକାଳୁ ସକାଳୁ ପ୍ରଭୁ ଜଗନ୍ନାଥଙ୍କ ଆଳତୀ ଦର୍ଶନ କରି ମନୋସ୍କାମନା ପୂରଣ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥାଏ ଭକ୍ତଟିଏ । ପ୍ରତିଟି ଭକ୍ତ ଆଳତୀ ନେବା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ଭିଡ ଜମାଇଥାନ୍ତି । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଥିଲା । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଥିଲା ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ଓ ଭଗବାନଙ୍କ ଅପାର କରୁଣା ପୂଣ୍ୟପ୍ରାପ୍ତି ହୋଇଥାଏ । କଳାସାଆନ୍ତଙ୍କୁ ଦର୍ଶନ କରିବା ପାଇଁ ଆତୁର ଭକ୍ତ । ଦୂରଦୂରାନ୍ତର ସାତ ଦରିଆ ତେର ନଇ ଡେଇଁ ଆସିଥାନ୍ତି ଭକ୍ତ । ଘୋଷ ଯାତ୍ରା ପାଇଁ ଚଳଚଞ୍ଚଳ ପୁରୀ । ବର୍ଷକୁ ଥରେ ଶ୍ରୀମନ୍ଦିରରୁ ବାହାରକୁ ଆସନ୍ତି ମହାପ୍ରଭୁ ।
ଇଟିଭି ଭାରତ, ପୁରୀ