ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ମଙ୍ଗଳମୟ ହେବ ଦିନ
🎬 Watch Now: Feature Video
ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ଜଗତର ନାଥ ଜଗନ୍ନାଥ । କୋଟି ଓଡିଆଙ୍କ ମଉଡମଣି ସେ ବ୍ରହ୍ମାଣ୍ଡ ଠାକୁର । ଭାବ ବିନୋଦିଆ କାଳିଆ ଠାକୁର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ମହାପ୍ରଭୁ । ଭାବ ବିନୋଦିଆ ଠାକୁରଙ୍କ ଦର୍ଶନ ପାଇଁ ଆତୁର ରହିଥାଏ ଭକ୍ତ । ତାଙ୍କର ଟିକିଏ ଦର୍ଶନ ପାଇଁ କାଇଁ କେତେ ଦୂରରୁ ଧାଇଁ ଆସିଥାଏ । ଜଗତର ମଙ୍ଗଳ କାମନା କରି ପ୍ରତିଦିନ ବଡି ଭୋରରୁ ପ୍ରଭୁ ପତିତପାବନଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ପରି ଆଜି ମଧ୍ୟ ଦ୍ବାରଫିଟା ନୀତି ସମ୍ପନ୍ନ ପରେ ମଙ୍ଗଳ ଆଳତୀ ନୀତି କରାଯାଇଛି । ସେବାୟତମାନେ ଘଣ୍ଟି, ଧୂପ ଓ ମନ୍ତ୍ରୋପଚାରଣ ସହ ପତିତପାବନଙ୍କ ଆଳତୀ ସମ୍ପନ୍ନ କରିଛନ୍ତି । ଏହି ଦିବ୍ୟ ଆଳତୀ ଦର୍ଶନ ମାତ୍ରେ ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ପ୍ରାପ୍ତ ହୋଇଥାଏ ବୋଲି ବିଶ୍ବାସ ରହିଛି ।
ଇଟିଭି ଭାରତ, ପୁରୀ