Mangala Alati: ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ - ଶ୍ରୀମନ୍ଦିର ଆଳତୀ
🎬 Watch Now: Feature Video
ପୁରୀ: ଓଁ ନମୋ ଭଗବତେ ବାସୁଦେବାୟ । ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ନୀଳାଚଳିଆ କାଳିଆ ଠାକୁର । କୋଟି ଓଡ଼ିଆଙ୍କ ଆରାଧ୍ୟ । ଭକ୍ତର ଭଗବାନ । ଭକ୍ତ ଭାବରେ ବନ୍ଧା ଭାବ ବିନୋଦିଆ ଠାକୁର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ମହାପ୍ରଭୁ । ତାଙ୍କରି ଦର୍ଶନ ପାଇଁ କାହିଁ କେଉଁ ଅନତି ଦୂରରୁ ଶ୍ରୀକ୍ଷେତ୍ରରୁ ଧାଇଁ ଆସିଥାନ୍ତି ଶ୍ରଦ୍ଧାଳୁ । ପ୍ରତିଦିନ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଲାଗେ । ଜଗତର ମଙ୍ଗଳ କାମନା କରି ପ୍ରତିଦିନ ସକାଳୁ ପ୍ରଭୁ ପତିତପାବନଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ଭଳି ଆଜି ମଧ୍ୟ ଦ୍ବାରଫିଟା ନୀତି ସମ୍ପନ୍ନ ପରେ ମଙ୍ଗଳ ଆଳତୀ ନୀତି କରାଯାଇଛି । ସେବାୟତମାନେ ଘଣ୍ଟି, ଧୂପ ଓ ମନ୍ତ୍ରୋପଚାରଣ ସହ ପତିତପାବନଙ୍କ ଆଳତୀ କରିଛନ୍ତି । ଏହି ଦିବ୍ୟ ଆଳତୀ ଦର୍ଶନ ମାତ୍ରେ ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ପ୍ରାପ୍ତ ହୋଇଥାଏ ବୋଲି ବିଶ୍ବାସ ରହିଛି ।
ଇଟିଭି ଭାରତ, ପୁରୀ