ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ପ୍ରଭାତରେ କରନ୍ତୁ ଦିବ୍ୟ ଦର୍ଶନ - ମଙ୍ଗଳ ଆଳତୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/20-11-2023/640-480-20065445-thumbnail-16x9-bng.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Nov 20, 2023, 6:38 AM IST
ପୁରୀ: ଜଗତର ନାଥ ଜଗନ୍ନାଥ । କୋଟି ଓଡିଆଙ୍କ ଭାବ ବିନୋଦିଆ କାଳିଆ ଠାକୁର । ଭକ୍ତ ବତ୍ସଳ ଭଗବାନ । ପ୍ରତିଦିନ ଭୋରରୁ ମହାପ୍ରଭୁଙ୍କ ନିକଟରେ ମଙ୍ଗଳ ଆଳତୀ କରାଯାଇଥାଏ । ପ୍ରଭାତରୁ ଭାବ ବିନୋଦିଆଙ୍କ ଆଳତୀ ଦର୍ଶନ କଲେ ସମସ୍ତ ପାପ କ୍ଷୟ ସହ ଦିନ ମଙ୍ଗଳମୟ ହୋଇଥାଏ । ସବୁଦିନ ପରି ଆଜି ମଧ୍ୟ ମହାପ୍ରଭୁଙ୍କ ଦ୍ବାରଫିଟା ଓ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଜଗତର କଲ୍ୟାଣ କାମନା କରି ପ୍ରଭୁ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ କରିଛନ୍ତି ପୂଜାପଣ୍ଡା । ପ୍ରଥମେ ପ୍ରାତଃରୁ ସମସ୍ତ ସେବାୟତ ଓଁ ନମୋଃ ଭଗବତେ ବାସୁଦେବାୟ ମନ୍ତ୍ର ସହ ଶ୍ରୀମନ୍ଦିର ଦ୍ବାର ଫିଟାଇଥିଲେ । ଏହାପରେ ରୀତିନୀତି ଅନୁସାରେ ପୂଜାପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି, ମନ୍ତ୍ରୋଚାରଣ କରି ଆଳତୀ କରିଛନ୍ତି । ଏହି ଆଳତୀ ଦର୍ଶନ ଅତ୍ୟନ୍ତ ମନ ମୁଗ୍ଧକର ଅଟେ । ବିଶ୍ବାସ ରହିଛି ସକାଳୁ ସକାଳୁ ଏହି ଦିବ୍ୟ ଆଳତୀର ଦର୍ଶନ କଲେ ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ପ୍ରାପ୍ତ ହୁଏ ।
ଇଟିଭି ଭାରତ, ପୁରୀ