Mangala Alati: ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ
🎬 Watch Now: Feature Video
Published : Oct 13, 2023, 7:06 AM IST
ପୁରୀ: ଓଁ ନମୋ ଭଗବତେ ବାସୁଦେବାୟ । ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସେ ଚକା ଆଖିଆ, ଭାବବିନୋଦିଆ କାଳିଆ କାଠୁର। ଭକ୍ତର ଭାବରେ ଡୋରା ବଡ ଠାକୁର। ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ ପ୍ରତିଦିନ କରାଯାଏ ମଙ୍ଗଳ ଆଳତୀ । ଯାହାର ମାହାତ୍ମ୍ୟ ବେଶ ଅଧିକ ରହିଛି । ଦ୍ବାରଫିଟା ନୀତି ସମ୍ପର୍ଣ୍ଣ ପରେ ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ କରାଯାଇଛି ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଇଛି । ସକାଳୁ ସକାଳୁ ଏହି ଆଳତୀ ଦେଖିବାକୁ ଶ୍ରୀ ମନ୍ଦିରକୁ ଶହ ଶହ ଭକ୍ତଙ୍କ ସମାଗମ ହୋଇଛି। ଏହି ଆଳତୀ ଦର୍ଶନ କଲେ ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ତାର ଚକା ଆଖିକୁ ଦେଖିଲେ ଭାବ ବିହ୍ବଳ ହୋଇ ପଡନ୍ତି ଭକ୍ତ ।
ଇଟିଭି ଭାରତ, ପୁରୀ