ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ - ପତିତପାବନଙ୍କ ମଙ୍ଗଳ ଆଳତୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/10-10-2023/640-480-19726425-thumbnail-16x9-bfnf.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Oct 10, 2023, 6:51 AM IST
ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ଭାବ ବିନୋଦିଆ କାଳିଆ ଠାକୁର । କୋଟି ଓଡ଼ିଆଙ୍କ ମଉଡମଣୀ । ଭକ୍ତର ଭାବରେ ବନ୍ଧା ଭାବ କାଳିଆ ଠାକୁର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ମହାପ୍ରଭୁ । ତାଙ୍କରି ଦର୍ଶନ ପାଇଁ କାହିଁ କେଉଁ ଅନତି ଦୂରରୁ ଶ୍ରୀକ୍ଷେତ୍ରରୁ ଧାଇଁ ଆସିଥାନ୍ତି ଶ୍ରଦ୍ଧାଳୁ । ପ୍ରତିଦିନ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଲାଗେ । ଜଗତର ମଙ୍ଗଳ କାମନା କରି ପ୍ରତିଦିନ ସକାଳୁ ପ୍ରଭୁ ପତିତପାବନଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ଭଳି ଆଜି ମଧ୍ୟ ଦ୍ବାରଫିଟା ନୀତି ସମ୍ପନ୍ନ ପରେ ମଙ୍ଗଳ ଆଳତୀ ନୀତି କରାଯାଇଛି । ସେବାୟତମାନେ ଘଣ୍ଟି, ଧୂପ ଓ ମନ୍ତ୍ରୋପଚାରଣ ସହ ପତିତପାବନଙ୍କ ଆଳତୀ କରିଛନ୍ତି । ଏହି ଦିବ୍ୟ ଆଳତୀ ଦର୍ଶନ ମାତ୍ରେ ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ପ୍ରାପ୍ତ ହୋଇଥାଏ ବୋଲି ବିଶ୍ବାସ ରହିଛି ।
ଇଟିଭି ଭାରତ, ପୁରୀ