ଦର୍ଶନ କରନ୍ତୁ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ - ମଙ୍ଗଳ ଆଳତୀ
🎬 Watch Now: Feature Video
Published : Jan 3, 2024, 6:40 AM IST
Mangala Alati Of Patitapaban: ପୁରୀ: କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥ । ନିରାଶର ଆଶା ସେ ଅନାଥର ନାଥ । ସକାଳୁ ସକାଳୁ ସବୁଦିନ ଶ୍ରୀମନ୍ଦିରରେ ପତିତପାବନଙ୍କ ଆଳତୀ ହୋଇଥାଏ । ଭକ୍ତମାନେ ଆଳତୀ ନେବା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ଭିଡ଼ ଜମାଇଥାନ୍ତି । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡ଼ି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଥିଲା । ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଥିଲା ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ଓ ଭଗବାନଙ୍କ ଅପାର କରୁଣା ପୂଣ୍ୟ ପ୍ରାପ୍ତି ହୋଇଥାଏ । ଦୂର ଦୂରାନ୍ତରରୁ ସାତ ଦରିଆ ତେର ନଈ ଡେଇଁ ଶ୍ରୀକ୍ଷେତ୍ର ଆସିଥାଆନ୍ତି ଭକ୍ତ । ଶ୍ରୀକ୍ଷେତ୍ରରେ ପ୍ରତିବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହୁଏ । ଭକ୍ତଜନଙ୍କୁ ଦର୍ଶନ ଦେବା ପାଇଁ ବର୍ଷକୁ ଥରେ ଶ୍ରୀମନ୍ଦିରରୁ ବାହାରକୁ ଆସନ୍ତି ମହାପ୍ରଭୁ ।
ଇଟିଭି ଭାରତ, ପୁରୀ