ଆରମ୍ଭ ହେଲା ନୀଳାଦ୍ରି ବିଜେ ନୀତି, ନୀଳକନ୍ଦରକୁ ଫେରିଯିବେ ନୀଳମାଧବ - ନୀଳକନ୍ଦଳକୁ ଫେରିଯିବେ ଚତୁର୍ଦ୍ଧାମୂର୍ତ୍ତି
🎬 Watch Now: Feature Video
ପୁରୀ: ଜନ୍ମବେଦୀରେ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି । ରଥ ଉପରୁ ଗୋଟି ପହଣ୍ଡିରେ ରତ୍ନ ସିଂହାସନକୁ ବିଜେ କରିବେ । ଏଥିପାଇଁ ନୀତିକାନ୍ତି ଆରମ୍ଭ ହୋଇଯାଇଛି । ଆଉ କିଛି ସମୟ ପରେ ନୀଳାଦ୍ରି ନାଥ ନୀଳକନ୍ଦରକୁ ଫେରିଯିବେ । ସନ୍ଧ୍ୟା ଧୂପ, ଚାରମାଳ ବନ୍ଧାହେବା ପରେ ଭକ୍ତଙ୍କୁ କିଛି ସମୟ ଦର୍ଶନ ଦେଇ ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବେ । ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ହସ୍ତରେ ଧରି ଦକ୍ଷିଣୀ ଘରକୁ ବିଜେ କରାଇବେ । ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯିବ । ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରିବା ପରେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିବେ । ଉଭୟ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟ ହେବେ । ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି ଦେଖିବା ପାଇଁ ବଡ଼ଦାଣ୍ଡରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି ।