thumbnail

By

Published : Aug 15, 2023, 10:42 PM IST

ETV Bharat / Videos

At Home Reception: ପ୍ରଧାନମନ୍ତ୍ରୀଙ୍କ ସମେତ ସାମିଲ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ଅବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି ଆଟ ହୋମ  ରିସେପସନ । ଆଟ ହୋମ  ରିସେପସନ  କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଜଗଦୀଶ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପରାଷ୍ଟ୍ରପତିଙ୍କ ସମେତ, ଲୋକସଭା ବାଚସ୍ପତି ଓମ ବିର୍ଲା, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ, ସମସ୍ତ କେନ୍ଦ୍ରମନ୍ତ୍ରୀ ଗଣ, ବିଭିନ୍ନ ମନ୍ତ୍ରଣାଳୟର ଅଧିକାରୀ, କର୍ମଚାରୀ, ବିଦେଶୀ ରାଷ୍ଟ୍ରର ରାଷ୍ଟ୍ରଦୂତଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଛନ୍ତି । ଆଜି ସ୍ବାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଜାତୀୟ ଯୁଦ୍ଧ ସ୍ମାରକୀ ଯାଇ ସହିଦ ବିରୀ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ରାଷ୍ଟ୍ରପତିଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ସିଡିଏସ, ତିନି ସେନା ପ୍ରମୁଖ ଉପସ୍ଥିତ ଥିଲେ ।  ସ୍ବାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଗତକାଲି ରାଷ୍ଟ୍ରକୁ ସମ୍ବୋଧିତ  କରିଥିଲେ । 

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.