Train Tragedy: ବାଲୁକାକଳାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି

By

Published : Jun 3, 2023, 7:39 PM IST

thumbnail

ପୁରୀ: ବାଲେଶ୍ଵରର ବାହାନଗାରରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି । ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଥିଲେ । ଘଟଣାର ଗମ୍ଭୀରତାକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଘଟଣାସ୍ଥଳକୁ ଆସି ସ୍ଥିତି ଅନୁଧ୍ୟାନ କରିବା ସହ ଏଭଳି ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତେବେ ମୃତଯାତ୍ରୀଙ୍କ ଆତ୍ମାର ସଦଗତି କାମନା କରି ସାରା ଦେଶବାସୀ ଭଗବାନଙ୍କୁ ପ୍ରାର୍ଥନା କରିଛନ୍ତି ।

ସେପଟେ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଟ୍ରେନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୃତବ୍ୟକ୍ତିଙ୍କ ଆତ୍ମାର ସଦଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ପୁରୀର ନିଳାଦ୍ରୀ ବିଚ୍‌ରେ ଏନେଇ ଏକ ବାଲୁକା ଚିତ୍ରକଳା କରି ନିଜର ଶୋକ ବ୍ୟକ୍ତ କରିଛନ୍ତି ସୁଦର୍ଶନ । ଏହି ବାଲୁକା ଚିତ୍ରକଳାରେ ଟ୍ରେନ ଦୁର୍ଘଟଣା ଦୃଶ୍ୟକୁ ଅତି ନିଖୁଣ ଭାବରେ ସେ ସ୍ଥାନ ଦେଇଛନ୍ତି ।

ଇଟିଭି ଭାରତ, ପୁରୀ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.