ଦିନ ଦ୍ବିପହରରେ ଦୋକାନରେ ପସି ମାଲିକଙ୍କୁ ସଂଘବଦ୍ଧ ଆକ୍ରମଣ

🎬 Watch Now: Feature Video

thumbnail

ଭବାନୀପାଟଣା: ଦିନ ଦ୍ବିପହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ । ଦେକାନରେ ପସି ଜିନିଷ ପତ୍ର ଭଙ୍ଗାରୁଜା କରିବା ସହ ମାଲିକଙ୍କୁ ଲୁହାରଡରେ ଆକ୍ରମଣ କହିଥିଲେ । ତେବେ ଏହା ଦେଖି ସ୍ଥାନୀୟ ଲୋକେ ଆସିବାରୁ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ୪ ଦୁର୍ବୃତ୍ତ । କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ମୁଖୀଗୁଡ଼ା ବସଷ୍ଟାଣ୍ଡ ନିକଟରେ ଦୋକାନରେ ଏହି କାଣ୍ଡ ହୋଇଥିଲା । ଗତକାଲି ଅପରାହ୍ନ ପ୍ରାୟ ୩ଟା ସମୟରେ ରଞ୍ଜନ ଦଳାଇଙ୍କ ଦୋକାନକୁ ଆସି ଆତଙ୍କ ଖେଳାଇଥିଲେ ଦୁର୍ବୃତ୍ତ । ତେବେ ଏହାର ପ୍ରକୃତ କାରଣ ଜଣାପଡି ନଥିବା ବେଳେ ଜୟପାଟଣା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗୁରୁତର ଭାବେ ରଞ୍ଜନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଥିବା ବେଳେ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି । ତେବେ ଉକ୍ତ ଘଟଣାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଇଟିଭି ଭାରତ, କଳାହାଣ୍ଡି

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.