ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ରୂପେ ବିକଶିତ ହେବ ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମି - world-class tourist destinations
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-10220760-thumbnail-3x2-bbs.jpg)
ଭୁବନେଶ୍ବର: ପର୍ଯ୍ୟଟନ ରାଜ୍ୟ ସରକାରଙ୍କର ଅଗ୍ରାଧିକାର କ୍ଷେତ୍ର ଭାବରେ ବିକାଶ ଲାଭ କରିବା ଆରମ୍ଭ କରିଛି । ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶବିଦେଶର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିବା ପାଇଁ ରାଜ୍ୟ ସରକାର ଏକ ଉଚ୍ଚାଭିଳାଷ ଯୋଜନା ପ୍ରସ୍ତୁତ କରିଛନ୍ତି । ବେଳାଭୂମି ପର୍ଯ୍ୟଟନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ଭାବରେ, ରାଜ୍ୟରେ ପୁରୀ କୋଣାର୍କ ମେରାଇନ ଡ୍ରାଇଭର ଚନ୍ଦ୍ରଭାଗା ଏବଂ ବାଲେଶ୍ବରର ତଳସାରୀ-ଉଦୟପୁର ବେଳାଭୂମିରେ ଭିତ୍ତିଭୂମିର ବିକାଶ କରି ଆନ୍ତର୍ଜାତିକ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ଅଜି (ମଙ୍ଗଳବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇଟି ମହତ୍ୱକାଂକ୍ଷୀ ଯୋଜନାର ଭୂପାୟନ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା କରିଥିଲେ।