thumbnail

By

Published : Jul 14, 2020, 5:55 PM IST

ETV Bharat / Videos

କୋଭିଡ ହସ୍ପିଟାଲରେ ବଢିବ ଶଯ୍ୟା, ଆଇସିୟୁ ଓ ଆମ୍ବୁଲାନ୍ସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ କୋଭିଡ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ କୋଭିଡ ରୋଗୀଙ୍କ ସୁବିଧା ଓ କୋଭିଡ ଯୋଦ୍ଧାଙ୍କ ନିରପତ୍ତା ଉପରେ ଗୁରୁତ୍ବାରୋପ କରାଯାଇଛି । ଏଥି ସହିତ ରାଜ୍ୟର ୫ଟି ଫୋକସ୍‌ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେହିପରି କୋଭିଡ ଯୁଦ୍ଧରେ ଆଗରେ ରହି କାର୍ଯ୍ୟ କରୁଥିବା ଯୋଦ୍ଧା ମାନଙ୍କର ମନୋବଳକୁ ଦୃଢ କରିବା ପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ପରାମର୍ଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନିଜେ ପ୍ରତିଦିନ ବିଭିନ୍ନ ଜିଲ୍ଲାର କୋଭିଡ ଯୋଦ୍ଧାଙ୍କ ସହ କଥାବର୍ତ୍ତା କରୁଛନ୍ତି । ଏହି ଅବସରରେ ପରୀକ୍ଷା ପାଇଁ ଅଧିକ ଲାବ୍ରୋଟୋରୀ, ଟେକନିସିଆନ ଓ ଅଧିକ ଆମ୍ବୁଲାନ୍ସ ମୃତୟନ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.