thumbnail

ରାଜ୍ୟରେ ପ୍ରତିଷ୍ଠା ହେବ 6 ପ୍ଳାନେଟୋରିଅମ ଓ ପ୍ରତି ଜିଲ୍ଲାରେ ହେବ ଜିଲ୍ଲା ବିଜ୍ଞାନ କେନ୍ଦ୍ର

By

Published : Mar 4, 2021, 6:29 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତି ନେଇ ଜୀବନରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିଅମ ଅଛି । ଏହାସହିତ ଆଉ 6 ଟି ପ୍ଲାନେଟାରିଅମ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । 30 ଟି ଜିଲ୍ଲାରେ ମଧ୍ୟ 30 ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ଏଥିପାଇଁ 100 କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଭୁବନେଶ୍ବରର ପଠାଣୀ ସାମନ୍ତ ପ୍ଲାନେଟାରିଅମ୍‌କୁ ଏକ 3-D ପ୍ଲାନେଟାରିଅମରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମଣିଷ ସଭ୍ୟତାର ବିକାଶରେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ବିଜ୍ଞାନ ବିନା ଆଜି ଜୀବନଯାପନ କରିବା ସମ୍ଭବ ନୁହେଁ । ଯଦି ଆଜି ମଣିଷ ସଭ୍ୟତାର ଶିଖରରେ ପହଞ୍ଚିପାରିଛି, ତେବେ ଏହା ହେଉଛି ବିଜ୍ଞାନର ଅବଦାନ । ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.