ନାରି ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଶୋଭାଯାତ୍ରା

By

Published : Dec 5, 2019, 11:00 PM IST

thumbnail
ଯାଜପୁର: ସାରା ଦେଶରେ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି ନାରି ନିର୍ଯ୍ୟାତନା । ଘଟଣାର ପ୍ରତିବାଦରେ ଗୁରୁବାର ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି। ଏହା ପ୍ରତିବାଦରେ ଜିଲ୍ଲା କଂଗ୍ରେସ ସଭାପତି ମନୋଜ ରାଉତଙ୍କ ନେତୃତ୍ବରେ ଏକ ପ୍ରତିବାଦ ଶୋଭାଯାତ୍ରା କଂଗ୍ରେସ କାର୍ଯ୍ୟାଳୟରୁ ବାହାରି ମେଡିକାଲ ଛକ ପର୍ଯ୍ୟନ୍ତ ଯାଇଥିଲା । ଏଥିରେ କଂଗ୍ରେସ ରାଜ୍ୟ ପ୍ରଭାରୀ ରୁଦ୍ରରାଜୁ, ଜିଲ୍ଲା ପ୍ରଭାରୀ ଜ୍ଞାନଦେବ ବେହୁରା, ପୂର୍ବତନ ମନ୍ତ୍ରୀ ଶରତ ରାଉତଙ୍କ ସମେତ ଶତାଧିକ କଂଗ୍ରେସ ନେତା ଓ କର୍ମୀ ସାମିଲ ହୋଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି ଦେଇଥିଲେ।  ଯାଜପୁରରୁ  ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

TAGGED:

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.