thumbnail

‘କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ’

By

Published : Jan 14, 2021, 5:01 PM IST

ଭୁବନେଶ୍ବର/ଭବାନୀପାଟଣା: କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଆଜି ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିବା ବେଳେ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଜୟପାଟଣା ବ୍ଲକ୍‌ର ମଙ୍ଗଳପୁରଠାରେ ଆୟୋଜିତ ସଭାରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ, ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁ ୯୦ ଦଶକରେ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ଭବାନୀପାଟଣା ଗସ୍ତ ସମୟରେ କିଛି ପିଲା ତାଙ୍କ ଉପରକୁ ପଥର ମାଡ କରିଥିଲେ କିନ୍ତୁ ବିଜୁ ବାବୁ ତାଙ୍କ ବିଶାଳ ହୃଦୟରେ ସେହି ପିଲାମାନଙ୍କୁ କ୍ଷମା କରିଥିଲେ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.