ନଭେମ୍ବର 2ରୁ ରାଜ୍ୟରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା - ଲଘୁଚାପ ସୃଷ୍ଟି
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-9382472-thumbnail-3x2-capturejpeg.jpg)
ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର, ମିଆଁମାର ଉପକୂଳରେ ଏକ ଘୁର୍ଣ୍ଣିବଲୟ ସୃଷ୍ଟି ହୋଇଛି । ଶନିବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ନଭେମ୍ବର ୨ ତାରିଖରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।