thumbnail

By

Published : Aug 26, 2020, 9:08 PM IST

ETV Bharat / Videos

କୋରୋନା ପ୍ରଭାବ: ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ

ଭୁବନେଶ୍ବର: ଆଜି ( ବୁଧବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସି ଯୋଗେ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିଥିଲେ। ସମୀକ୍ଷା ବୈଠକରେ ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ଆସନ୍ତା ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ପୂର୍ବରୁ ଆଜି ( ବୁଧବାର) ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଯୁକ୍ତ 2 ପର୍ଯ୍ୟନ୍ତ 30 ପ୍ରତିଶତ ସିଲାବସ ହ୍ରାସ ନେଇ ଘୋଷଣା କରିଥିଲେ । ସେହିପରି ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମଏସଏମଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ଏସଏଚଜି ଉପରେ ଅଧିକ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡ ବେଳେ ଅନ୍ୟ ରାଜ୍ୟରୁ ଆସିଥିବା ପ୍ରବାସୀ ଯେପରି ଓଡିଶାରେ ରୋଜଗାର ପାଇପାରିବେ ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବାକୁ ପରାମର୍ଶ ଦେଇଥିଲେ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.