ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ - ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ
🎬 Watch Now: Feature Video
ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବରେ ଗଢିତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ଗୋଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଥିଲେ। ଏତଦ୍ବ୍ୟତୀତ ୫ ଗୋଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ ଗୋଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ ।