ମୌସୁମୀ ସକ୍ରିୟ: 5 ଜିଲ୍ଲାରେ ପ୍ରବଳ ବର୍ଷିବ - ମୌସୁମୀ ସକ୍ରିୟ
🎬 Watch Now: Feature Video

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମ୍ବଲପୁର, ବରଗଡ଼, ସୋନପୁର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି ।