thumbnail

11 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

By

Published : Jul 8, 2020, 6:35 PM IST

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ଅର୍ଥାତ ୯ ତାରିଖ ମଧ୍ୟରେ ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ଏବଂ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି ୧୦ ଜୁଲାଇ ଶୁକ୍ରବାର ଦିନ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି,ଘଡଘଡି ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.