thumbnail

By

Published : Nov 19, 2020, 9:12 PM IST

ETV Bharat / Videos

ଘନକୁହୁଡି ନେଇ 7 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୭ ଜିଲ୍ଲାକୁ ଘନ କୁହୁଡି ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ କଟକ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, ଯାଜପୁର, କନ୍ଧମାଳ ଏବଂ ବାଲେଶ୍ୱର । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ କୁହୁଡି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ସେହିପରି ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି । ରାତ୍ରିରେ ତାପମାତ୍ରା ହ୍ରାସ ପାଇବା ନେଇ ସମ୍ଭାବନା ମଧ୍ୟ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୋନପୁରରେ ସର୍ବନିମ୍ନ ୧୪ ଡିଗ୍ରୀ ସେଲିସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.