ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ

By

Published : May 24, 2022, 7:23 PM IST

thumbnail

ପୁରୀ: ଶ୍ରୀମନ୍ଦିରରେ ଆଜି(ମଙ୍ଗଳବାର) ଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ଯାଏଁ ଚାଲିବ । ଆସନ୍ତା ଜ୍ୟେଷ୍ଠ କୃଷ୍ଣ ଏକାଦଶୀ ଅର୍ଥାତ୍ ୨୬ରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ । ବୈଶାଖ ଶୁକ୍ଳ ତୃତୀୟ ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ୍ ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ । ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ସରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ରୂପେ ପାଳିତ ହୋଇଥାଏ । ତେବେ ଆଜି ଶ୍ରୀଜୀଉମାନଙ୍କର ଭିତର ଚନ୍ଦନ ଆରମ୍ଭ ହୋଇଛି । ଏହି ୨୧ ଦିନ ମହାପ୍ରଭୁଙ୍କର ଚନ୍ଦନ ଓ ଆଲଟ ଲାଗି କରାଯିବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଛି । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ବୋଲି କହିଛନ୍ତି ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରଚାରକ । ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.