ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ - ଶ୍ରୀମନ୍ଦିର ଆଳତୀ
🎬 Watch Now: Feature Video
ପୁରୀ: ଜଗବନ୍ଧୁ ହେ ଗୋସାଇଁ ତୁମ୍ଭ ଶ୍ରୀଚରଣ ବିନୁ ଅନ୍ୟ ଗତି ନାହିଁ... ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସକାଳୁ ସକାଳୁ ଦେଖନ୍ତୁ ଜଗାର ଦିବ୍ୟ ଆଳତୀ । ପତିତମାନଙ୍କୁ ଉଦ୍ଧାରିବା ପାଇଁ ପତିତପାବନ ରୂପେ ଧରାଧାମରେ ଅବତାର ନେଇଛନ୍ତି ମହାପ୍ରଭୁ । ସବୁଦିନ ପରି ଆଜି ମଧ୍ୟ ମହାପ୍ରଭୁଙ୍କ ଦ୍ବାର ଫିଟା ଓ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ କରାଯାଏ ମଙ୍ଗଳ ଆଳତୀ । ଯାହାର ମାହାତ୍ମ୍ୟ ବେଶ ଅଧିକ ରହିଛି । ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାପରେ ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ କରାଯାଇଛି ପତିତପାବନ ମଙ୍ଗଳ ଆଳତୀ । ଏହି ସମୟରେ ନିକଟରେ ଠିଆ ହୋଇଥିବା ଭକ୍ତଙ୍କ ମୁଖରୁ ଓଁ ନମଃ ଭଗବତେ ବାସୁଦେବାୟ ଶୁଣିବାକୁ ମିଳୁଛି । ତେବେ ସକାଳୁ ସକାଳୁ ଏହି ଆଳତୀ ଦେଖିବା ଦ୍ବାରା ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି ।