Mangal Alati, ଦେଖନ୍ତୁ ଜଗାର ଦିବ୍ୟ ଆଳତୀ

🎬 Watch Now: Feature Video

thumbnail

By

Published : Sep 20, 2022, 6:59 AM IST

ଉଠ ଉଠ ହେ ମଣିମା ହୁଅ ସଦୟ, ଓଁ ନମୋ ଭଗବତେ ବାସୁଦେବାୟ, ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସକାଳୁ ସକାଳୁ ଦେଖନ୍ତୁ ଜଗାର ଦିବ୍ୟ ଆଳତୀ । ପତିତମାନଙ୍କୁ ଉଦ୍ଧାରିବା ପାଇଁ ପତିତପାବନ ରୂପେ ଧରାଧାମରେ ଅବତାର ନେଇଛନ୍ତି ମହାପ୍ରଭୁ । ସବୁଦିନ ପରି ଆଜି ମଧ୍ୟ ମହାପ୍ରଭୁଙ୍କ ଦ୍ବାର ଫିଟା ଓ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ ମଙ୍ଗଳ ଆଳତୀ କରାଯାଏ । ଯାହାର ମାହାତ୍ମ୍ୟ ବେଶ ଅଧିକ ରହିଛି । ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାପରେ ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ କରାଯାଇଛି ପତିତପାବନ ମଙ୍ଗଳ ଆଳତୀ । ଏହି ସମୟରେ ନିକଟରେ ଠିଆ ହୋଇଥିବା ଭକ୍ତଙ୍କ ମୁଖରୁ ଓଁ ନମଃ ଭଗବତେ ବାସୁଦେବାୟ ଶୁଣିବାକୁ ମିଳୁଛି । ତେବେ ସକାଳୁ ସକାଳୁ ଏହି ଆଳତୀ ଦେଖିବା ଦ୍ବାରା ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.