ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ

By

Published : Aug 18, 2022, 6:50 AM IST

thumbnail
ପୁରୀ: ଓଁ ନମୋଃ ଭଗବତେ ବାସୁଦେବାୟ । ପ୍ରାତଃରୁ ସମସ୍ତ ସେବାୟତ ଏହି ମନ୍ତ୍ର ଉଚ୍ଚାରଣ କରି ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଜଗତର ମଙ୍ଗଳ କାମନା କରି ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଥିବା ପ୍ରଭୁ ପତିତପାବନଙ୍କ ସମ୍ପନ୍ନ ହୋଇଛି ମଙ୍ଗଳ ଆଳତୀ । ବଡି ଭୋରରୁ ପ୍ରଥମେ ସେବାୟତ ଓ ପଣ୍ଡାଙ୍କ ଦ୍ବାରା ଶ୍ରୀମନ୍ଦିର ମୁଖ୍ୟ ଦ୍ବାର ଫିଟା ଯାଇଥିଲା । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତୀ କରିଛନ୍ତି । ଏହି ଆଳତୀ ଦର୍ଶନ ଅତ୍ୟନ୍ତ ମନମୁଗ୍ଧକର । ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପକ୍ଷୟ ହୁଏ ବୋଲି ବିଶ୍ବାସ ରହିଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.