thumbnail

ହୁତୁହୁତୁ ହୋଇ ଜଳିଗଲା ତେଲ ବୋଝେଇ ଟ୍ରକ

By

Published : Jun 22, 2022, 7:53 AM IST

ଭଦ୍ରକ: ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ରିଫାଇନ ତେଲ ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର । ଭଦ୍ରକ ଜିଲ୍ଲା ଦେଇ ଯାଇଥିବା 16 ନଂ ଜାତୀୟ ରାଜପଥର ବାରିକପୁର ଛକ ନିକଟରେ ଏଭଳି ଏକ ଦୁର୍ଘଟଣା ଘଟିଛି । ଟ୍ରକଟି ଭୁବନେଶ୍ୱରରୁ ଭଦ୍ରକ ଆଡକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ଅନ୍ୟଏକ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ ଟ୍ରକଟି ଜଳିବାକୁ ଲାଗିଥିଲା। ଖବର ପାଇ ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲା। ଇଟିଭି ଭାରତ, ଭଦ୍ରକ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.