ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ - ଜଗନ୍ନାଥ ଆଳତୀ
🎬 Watch Now: Feature Video

ପୁରୀ: ଓଁ ନମୋଃ ଭଗବତେ ବାସୁଦେବାୟ । ପ୍ରାତଃରୁ ସମସ୍ତ ସେବାୟତ ଏହି ମନ୍ତ୍ର ଉଚ୍ଚାରଣ କରି ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଜଗତର ମଙ୍ଗଳ କାମନା କରି ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଥିବା ପ୍ରଭୁ ପତିତପାବନଙ୍କ ସମ୍ପନ୍ନ ହୋଇଛି ମଙ୍ଗଳ ଆଳତି । ବଡି ଭୋରରୁ ପ୍ରଥମେ ସେବାୟତ ଓ ପଣ୍ଡାଙ୍କ ଦ୍ବାରା ଶ୍ରୀମନ୍ଦିର ମୁଖ୍ୟ ଦ୍ବାର ଫିଟା ଯାଇଥିଲା । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତି ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତି କରାଯାଇଛି । ଏହି ଆଳତି ଦର୍ଶନ ଅତ୍ୟନ୍ତ ମନମୁଗ୍ଧକର ଅଟେ ।