କଟକ ଚଣ୍ଡୀଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ

By

Published : Sep 10, 2022, 12:38 PM IST

thumbnail
କଟକ: ଦେବୀ କଟକ ଚଣ୍ଡୀଙ୍କ ଦର୍ଶନ କଲେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ(Nityanand Rai) । ଆଜି ସକାଳୁ କେନ୍ଦ୍ରମନ୍ତ୍ରୀ ବିଜେପି ନେତାମାନଙ୍କ ସହ କଟକର ଅଧିଷ୍ଠାତ୍ରୀ ଦେବୀ ମା' ଚଣ୍ଡୀଙ୍କ ମନ୍ଦିର ପରିଦର୍ଶନ କରିଛନ୍ତି । କଟକ ଗସ୍ତର ଦ୍ବିତୀୟ ଦିନରେ ନିତ୍ୟାନନ୍ଦ ରାୟ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ମା'ଙ୍କ ଆଶୀର୍ବାଦ କାମନା କରିଛନ୍ତି । ଏହାସହିତ ସେ ମନ୍ଦିରର ବିକାଶ ସମ୍ପର୍କରେ ମନ୍ଦିର ପ୍ରଶାସକଙ୍କ ସହ ଆଲୋଚନା କରିଛନ୍ତି । ବିଜେପି ୨୦୧୪ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରୁଥିବା ବେଳେ ବର୍ତ୍ତମାନ ୭ ଜଣ କେନ୍ଦ୍ରମନ୍ତ୍ରୀ ଓଡିଶାରେ ଡେରା ପକାଇଛନ୍ତି । ଇଟିଭି ଭାରତ, କଟକ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.