thumbnail

By

Published : Aug 26, 2022, 9:40 AM IST

ETV Bharat / Videos

ଓଏସଡିଏ ଅଧ୍ୟକ୍ଷଙ୍କୁ ଭେଟିଲେ USAର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ

ଭୁବନେଶ୍ବର: ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍‌ସୁଲେଟ୍‌ର ରାଜନୈତିକ ଓ ଅର୍ଥନୈତିକ ବିଭାଗର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍ ରୁଥ୍ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତ ବାଗଚୀଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ରୁଥ୍‌ଙ୍କ ସହ ରାଜନୈତିକ ଓ ଅର୍ଥନୈତିକ ବିଶେଷଜ୍ଞ ଶିବ ପ୍ରସାଦ ତ୍ରିପାଠୀ ଉପସ୍ଥିତ ଥିଲେ । ରୁଥ୍ ଏବଂ ତାଙ୍କ ସହଯୋଗୀମାନେ ଓଏସଡିଏ ଅଧ୍ୟକ୍ଷଙ୍କ ସହ ଯୁବବର୍ଗଙ୍କ ଦକ୍ଷତା ବିକାଶ ସମେତ ରାଜ୍ୟର ବୃହତ୍ତର ଅର୍ଥନୈତିକ ଓ ରାଜନୈତିକ ବିଷୟ ନେଇ ଦୀର୍ଘ ଏକ ଘଣ୍ଟାକାଳ ଆଲୋଚନା କରିଛନ୍ତି । ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଅତିଥିମାନଙ୍କୁ ଓଡ଼ିଶା ପରିଦର୍ଶନ ନେଇ ଧନ୍ୟବାଦ ଜ୍ଞାପନ କରିଛନ୍ତି । ଏହାସହ ଭବିଷ୍ୟତରେ ଯୁକ୍ତରାଷ୍ଟ୍ର ଆମେରିକା କନ୍‌ସୁଲେଟ୍‌ ସହ ସବୁ ସ୍ତରରେ ଅଧିକ ସହଯୋଗ ଏବଂ ଭାବ ବିନିମୟ ଜାରି ରହିବ ବୋଲି ଆଶା ପ୍ରକାଶ କରିଛନ୍ତି । ଓଏସଡିଏ ଅଧ୍ୟକ୍ଷଙ୍କ ତରଫରୁ ରୁଥ୍‌ଙ୍କୁ ଓଡ଼ିଶାର ଏକ ପଟ୍ଟଚିତ୍ର ଉପହାର ଦିଆଯାଇଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.