ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ, ୨୦ ବେଳକୁ ଲଘୁଚାପ - ଭୁବନେଶ୍ବର ପାଣିପାଗ ଖବର

🎬 Watch Now: Feature Video

thumbnail

By

Published : Sep 17, 2022, 7:44 PM IST

ବଦଳିଲା ପାଗ । ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୨୦ବେଳକୁ ଲଘୁଚାପ । କାଲିଠୁ ପ୍ରବଳ ବର୍ଷା ସମ୍ଭାବନା । ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୦ ତାରିଖ ବେଳକୁ ଲଘୁଚାପ ରୂପ ନେବା ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ହେବାନେଇ ଆକଳ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେଥିପାଇଁ ରାଜ୍ୟର ଅନେକ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ । ସେହିପରି ୧୯ତାରିଖରେ ପ୍ରବଳ ବର୍ଷା ନେଇ ୧୭ଜିଲ୍ଲାକୁ ୟେଲ୍ଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ବାଲେଶ୍ୱର । ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.